
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପବିତ୍ର ଅକ୍ଷୟ ତୃତୀୟ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଏକ ଟ୍ୱିଟ୍ କରି କହିଛନ୍ତି , ‘ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀମାନଙ୍କ ଅକ୍ଷୀମୁଠି ଅନୁକୂଳ ଶୁଭଙ୍କର ହେଉ । ଏହି ଅବସରରେ ଚାଷୀ ଭାଇଭଉଣୀଙ୍କ ସୁଖ ଓ ସମୃଦ୍ଧିମୟ ଜୀବନ କାମନା କରୁଛି ।’