-
ନାମାଙ୍କନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର, ବୁଧବାର ଦିନ ବ୍ରଜରାଜନଗର ଉପ ନିର୍ବାଚନ ଲାଗି ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ରିଟର୍ଣ୍ଣିଂ ଅଫିସର ତଥା ଉପଜିଲ୍ଲାପାଳଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଥିବା ଜଣା ପଡିଛି ।
ମିଳିଥିବା ସୂଚନା ଅନୁସାରେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ । ମେ’ ୧୨ରେ ନାମାଙ୍କନପତ୍ର ଯାଂଚ କରାଯିବ । ନାମାଂକନ ପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ୧୭ ତାରିଖ ପର୍ଯ୍ୟନ୍ତ ରହିଛି ।
ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ ମଙ୍ଗଳବାର ନିର୍ବାଚନକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ବସିଥିଲା । ନିର୍ବାଚନ ଆଚରଣ ବିଧି ପାଳନ ଉପରେ ନଜର ରଖିବା ଲାଗି ଏକ ଟିମ୍ ଗଢାଯାଇଥିଲା । ଆଇନଶୃଙ୍ଖଳା ରକ୍ଷା ଲାଗି ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା ।
ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଛି । ଡିସେମ୍ବର ୩୦ରେ ଶ୍ରୀ ମହାନ୍ତିଙ୍କ ଅକାଳ ମୃତ୍ୟୁ ହୋଇଥିବାବେଳେ ଜୁନ୍’ ୩୦ତାରିଖ ସୁଦ୍ଧା ୬ ମାସ ପୂରଣ ହେଉଛି ।