
ଭୁବନେଶ୍ବର, ସମ୍ଭାବ୍ୟ ବାତ୍ୟାକୁ ଆଖି ଆଗରେ ରଖି ରାଜ୍ୟରେ କଳାବଜାରୀ ରୋକିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ସେ କହିଛନ୍ତି ଯେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ଖାଦ୍ୟ ସାମଗ୍ରୀ ହୋଡିଂ କରୁଥିବା ଲୋକଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଯଥେଷ୍ଟ ଖାଦ୍ୟ ସାମଗ୍ରୀ ମହଜୁଦ ଅଛି । ତେଣୁ ଲୋକ ମାନେ ଭ ୟଭୀତ ହୁଅନ୍ତୁନି ବୋଲି ସେ କହିଛନ୍ତି ।