ଭୁବନେଶ୍ୱର – ଆସନ୍ତା ୧୩ ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ । ଏହି ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି । ଏଥିମଧ୍ୟରୁ ୨୧ଟି ସରକାରୀ କାର୍ଯ୍ୟ ଦିବସ ଓ ୫ଟି ବେସରକାରୀ କାର୍ଯ୍ୟଦିବସ ରହିଛି । ଅଧିବେଶନର ପ୍ରଥମ ଦିନରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଆଗତ ହେବ । ଏହା ଉପରେ ୩ ଦିନ ଧରି ଆଲୋଚନା କରାଯିବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ପ୍ରକାଶ କରିଛନ୍ତି ।
ଅନ୍ୟପକ୍ଷରେ ଚଳିତ ବିଧାନସଭାକୁ ସୁରୁଖୁରରେ ·ଲିବା ପାଇଁ ମନ୍ତ୍ରୀ ଶ୍ରୀ ଆରୁଖ ବିରୋଧୀଙ୍କ ସହଯୋଗ ଲୋଡିଛନ୍ତି । ବିରୋଧୀ ମାନେ ଆଣିବାକୁ ଥିବା ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା କରିବାକୁ ସରକାର ପ୍ରସ୍ତୁତ ବୋଲି ମନ୍ତ୍ରୀ କହିଛନ୍ତି ।
କାର୍ଯ୍ୟସୂଚୀ ଅନୁଯାୟୀ, ନଭେମ୍ବର୨୦ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ବିଭାଗୀୟ ଅତିରିକ୍ତ ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ । ଡିସେମ୍ବର ୧୯ ତାରିଖ ଯାଏଁ ବିଧାନସଭା ଅଧିବେଶନ ·ଲିବ ।
Related Stories
December 28, 2024