ଭୁବନେଶ୍ୱର, ହଜାର ହଜାର ପରୀକ୍ଷାର୍ଥୀ ମାଟ୍ରିକ୍ ପରୀକ୍ଷା ନ ଦେବା ଘଟଣାରେ ଆମର କିଛି ଦୋଷ ନାହିଁ ବୋଲି କହିଛନ୍ତି ବୋର୍ଡ ସଭାପତି ରାମାଶିଷ ହାଜରା । ଏହି ଘଟଣା ସଂପର୍କରେ ପ୍ରତିକ୍ରିୟା ଦେଇ ସେ ଏହା କହିଛନ୍ତି
ସେ କହିଛନ୍ତି, କେତେ ସଂଖ୍ୟକ ପିଲା ପରୀକ୍ଷା ଦେଇ ନାହାନ୍ତି ତାଙ୍କ ପାଖରେ ସେ ସୂଚନା ନାହିଁ । ପରୀକ୍ଷାର୍ଥୀ ଅନୁପସ୍ଥିତ ରହିବା ନେଇ ଗଣଶିକ୍ଷା ବିଭାଗ ସହ ଆଲୋଚନା ହୋଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ଆମ ନିୟନ୍ତ୍ରଣରେ ନାହାନ୍ତି । ବୋର୍ଡ ସଭାପତି ଆହୁରି ମଧ୍ୟ କହିଛନ୍ତି- ଆମର କିଛି ଦୋଷ ନାହିଁ, ସେକଥା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବୁଝିବ, ପରୀକ୍ଷା ପରିଚାଳନା ଆମ କାମ, ଫର୍ମ ଫିଲପ୍ କଲେ ପରୀକ୍ଷା କରେଇବୁ, ଭେରିଫିକେସନ କରିବା ପାଇଁ ଆମ ପାଖରେ କୌଣସି ବ୍ୟବସ୍ଥା ନାହିଁ ।