
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୧୧୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୦୬ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧,୬୫୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧,୬୫୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୦୯୬ ହୋଇ ଯାଇଛି ।