
ଗଞ୍ଜାମ,ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ଖଣ୍ଡରା ଆମ୍ବତୋଟାରେ ଦୁଇ ଜଣ ଯୁବକ ଯୁବତୀ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ଆଜି ସକାଳୁ ସ୍ଥାନୀୟ ଲୋକେ ଏହା ଦେଖିବା ପରେ ହିଞ୍ଜିଳିକାଟୁ ଥାନାକୁ ଜଣାଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ଶବ ଦୁଇଟି ଜବତ କରିବା ସହ ଏହାକୁ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇଛି । ମୃତ ଯୁବକ ଯୁବତୀଙ୍କ ପରିଚୟ ମିଳିପାରିନାହିଁ । ପ୍ରେମଜନିତ କାରଣରୁ ସେମାନେ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ପୋଲିସ ଅନୁମାନ କରୁଛି । ପୋଲିସ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି ।