
ଭୁବନେଶ୍ୱର,ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ବର୍ତ୍ତମାନ ଭୀଷଣ ବାତ୍ୟାରେ ପରିଣତ ହୋଇଛି । ଏବେ ଏହା ପୁରୀ ଠାରୁ ୭୪୦ କିଲୋମିଟର ଦୂରରେ ଉତ୍ତର, ଉତ୍ତର-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ଏହି ଭୀଷଣ ବାତ୍ୟା ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୨୧ କିଲୋମିଟର ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।
ମିଳିଥିବା ସୂଚନା ଅନୁସାରେ ୧୦ରେ ଗଜପତି, ଗଞ୍ଜାମ ଓ ପୁରୀରେ ମଧ୍ୟମରୁ ପ୍ରବଳ ବର୍ଷା ହେବ । ୧୧ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ବର୍ଷିବ । ସେହିପରି ୧୨ ତାରିଖରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରରେ ବର୍ଷା ହେବ ।