-
ଦୋଷୀକୁ ୨୫ ବର୍ଷ ଜେଲ୍
କଟକ, ନାବାଳିକାକୁ ଦୁଷ୍କର୍ମ ମାମଲାର ବିଚାର କରି ଅଭିଯୁକ୍ତ ପତିତ ବେହେରାକୁ ଦୋଷୀ ସାବ୍ୟସ୍ତ କରିବା ସହ ତାକୁ ୨୫ ବର୍ଷ ଜେଲ୍ ଦଣ୍ଡରେ ଦଣ୍ଡିତ କରିଛନ୍ତି କଟକ ସ୍ଵତନ୍ତ୍ର ପୋସ୍କୋ କୋର୍ଟ । ଏଥିସହ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ ଜିଲ୍ଲା ଆଇନସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।
ଏଠାରେ ଉଲ୍ଲେଖଯୋଗ୍ୟ, ୨୦୧୯ ରେ କଟକ ମଙ୍ଗଳବାଗ ଥାନା ଅଂଚଳରେ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିଲା । ମାମଲା କୋର୍ଟରେ ବିଚାରାଧିନ ଥିଲା । କୋର୍ଟ ମାମଲା ବିଚାରଣା କରି ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହ ଉପରୋକ୍ତ ରାୟ ଶୁଣାଇଛନ୍ତି ।