ଭୁବନେଶ୍ୱର – ବାତ୍ୟା କ୍ଷତିଗ୍ରସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଜି ଭିଡ଼ିଓ କନଫରେନସିଂ ମାଧ୍ୟମରେ ଆଲୋଚନା କରିବା ବେଳେ କ୍ଷୟକ୍ଷତିର ଆକଳନ ଓ ସହାୟତା ବଂଟନ ପ୍ରକ୍ରିୟାରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ବନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ପ୍ରଦାନ କରିଛନ୍ତି । ଏ ସଂକ୍ରାନ୍ତୀୟ ସମସ୍ତ ବିବରଣୀ ଗ୍ରାମ ପଂଚାୟତ କାର୍ଯ୍ୟାଳୟରେ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ପ୍ରଦର୍ଶନୀ କରିବା ସହ ସହାୟତା ରାଶି କ୍ଷତିଗ୍ରସ୍ତ ଆକାଉଂଟଙ୍କୁ ସିଧାସଳଖ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି । ଏହା ବ୍ୟତୀତ ଜିଲ୍ଲା ପ୍ରଶାସନ ଓ ୱେବସାଇଟରେ ଯେପରି ସମସ୍ତ ତଥ୍ୟ ଉପଲବ୍ଧ ହେବ ସେ ଦିଗରେ ପଦକ୍ଷେପ ନେବାପାଇଁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶରେ କହିଛନ୍ତି ।
ସୂଚନାଯୋଗ୍ୟ ଯେ, ବୁଲବୁଲ୍ ବାତ୍ୟାରେ ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଏବଂ ମୟୁରଭଂଜ ସମେତ ୬ଟି ଜିଲ୍ଲାର ସରକାରୀ ଓ ଘରୋଇ ସମ୍ପତିତର ବ୍ୟାପକ କ୍ଷତି ଘଟିଛି । ଘର, ଫସଲର କ୍ଷତି ହେବା ସହିତ ଲୋକଙ୍କ ଜୀବିକାକ୍ଷତିଗ୍ରସ୍ତ ହୋଇଛି । ଅନେକ ସ୍ଥାନରେ ବିଦୁ୍ୟତ୍ ଭିତିଭୂମି କ୍ଷତିଗ୍ରସ୍ତ ହୋଇଛି ।
ଆଗାମୀ ଦୁଇଦିନ ମଧ୍ୟରେ ଭିତିଭୂମିର ପୁନରୁଦ୍ଧାର ସହିତ ବିଦୁ୍ୟତ ସଂଯୋଗ ନ ଆସିବା ପର୍ଯ୍ୟନ୍ତ ଜେନେରେଟର ବ୍ୟବହାର କରି ଜଳଯୋଗାଣ ଚାଲୁ ରଖିବା ଏବଂ ଆବଶ୍ୟକସ୍ଥଳେ ପାଣି ଟ୍ୟଙ୍କର ଯୋଗେ ପାଣି ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି । ବାତ୍ୟା ସମୟରେ ଓଡ଼୍ରାଫ ଟିମର ଉଦ୍ଧାର ଯୋଗାଯୋଗ ବ୍ୟବସ୍ଥାର ପୁନଃସ୍ଥାପନ କାର୍ଯ୍ୟର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଥିଲେ ।