
ଭୁବନେଶ୍ୱର, ରାୟଗଡ଼ା ଅବକାରୀ ଅଧୀକ୍ଷକ ନିନା ବେଉରା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି । ଭିଜିଲାନ୍ସ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଦିଆ ଯାଇଥିବା ସୂଚନା ଅନୁସାରେ ରାୟଗଡ଼ା ଅବକାରୀ ଅଧୀକ୍ଷକ ନିନା ବେଉରା ଗତକାଲି ବିଳମ୍ବିତ ରାତି ପ୍ରାୟ ସାଢ଼େ ୧୧ଟାରେ, ରାୟଗଡ଼ାରୁ ଭୁବନେଶ୍ୱର ଯିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ରାୟଗଡ଼ାରୁ ସେ ଅନୈତିକ ଉପାୟରେ ଅର୍ଜିତ ଟଙ୍କା ନେଇ ଆସୁଥିବାର ଖବର ପାଇ ଭିଜିଲାନ୍ସ ଟିମ୍ ଭୁବନେଶ୍ୱର ନିକଟରେ ଚଢ଼ାଉ କରିଥିଲା । ତାଙ୍କ ଗାଡ଼ିରୁ ୬ ଲକ୍ଷ ଟଙ୍କା ଜବତ କରାଯାଇଥିଲା । ଏହି ଅର୍ଥର ହିସାବ ସଂପର୍କରେ ସେ ସନ୍ତୋଷଜନକ ଉତ୍ତର ଦେଇପାରିନଥିଲେ । ଏହାପରେ ଶ୍ରୀମତୀ ବେଉରା ଏବଂ ତାଙ୍କ ସମ୍ପର୍କୀୟଙ୍କ ଘରେ ଚଢ଼ାଉ କରାଯାଉଛି ।
ରାୟଗଡ଼ା ଅବକାରୀ ଅଧୀକ୍ଷକ ନିନା ବେଉରାଙ୍କ ସ୍ୱାମୀ ନିହାର ରଂଜନ ଦାସ କଟକ ଜିଲ୍ଲାର ମାହାଙ୍ଗା ଥାନା ଅଧିକାରୀ ଭାବେ କାର୍ଯ୍ୟରତ ଥିବା ବେଳେ ତାଙ୍କୁ ଭିଜିଲାନ୍ସ ନିକଟରେ ହାଜର ହେବା ଲାଗି ନିର୍ଦେଶ ଦିଆଯାଇଛି ।