
ଭୁବନେଶ୍ୱର, ହେଲିକେପ୍ଟର ଦୁର୍ଘଟଣାରେ ଓଡିଆ ପାଇଲଟଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଛତିଶଗଡ଼ର ରାୟପୁରରେ ହୋଇଥିବା ହେଲିକପ୍ଟର ଦୁର୍ଘଟଣାରେ ଓଡ଼ିଆ ପାଇଲଟ୍ ଗୋପାଳକୃଷ୍ଣ ପଣ୍ଡା ପ୍ରାଣ ହରାଇଥିବା ବିଷୟରେ ଜାଣି ମୁଁ ଦୁଃଖିତ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।