-
୧୮ ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ
ଗଞ୍ଜାମ, ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ତାରାତାରିଣୀ ମନ୍ଦିରର ଜୀର୍ଣ୍ଣୋଦ୍ଧାର ଓ ନୂତନ ପ୍ରାସାଦ ପ୍ରତିଷ୍ଠା ମହୋତ୍ସବ ଆଜି ଠାରୁ ଆରମ୍ଭ ହୋଇଛି । ଏହା ଆସନ୍ତା ୨୦ ତାରିଖରେ ସମାପନ ହେବ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ବହୁ ସାଧୁ ସନ୍ଥ ଯୋଗଦେଇ ଯଜ୍ଞ ଓ ମନ୍ଦିରର ନୂତନ ପ୍ରାସାଦ ପ୍ରତିଷ୍ଠା କାର୍ଯ୍ୟରେ ନିୟୋଜିତ ରହିଛନ୍ତି । ଆସନ୍ତା ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି ।
ଆୟୋଜିତ ଏହି ଉତ୍ସବରେ ଜିଲ୍ଲା ତଥା ରାଜ୍ୟରୁ ବହୁ ସଂଖ୍ୟାରେ ଧର୍ମପରାୟଣ ନରନାରୀ ଯୋଗଦେବା ଲାଗି ଜିଲ୍ଲାପାଳ ଅନୁରୋଧ କରିଛନ୍ତି । ଏହି ପ୍ରତିଷ୍ଠା ଉତ୍ସବକୁ ପୁରୀ ଗଜପତି ଦିବ୍ୟସିଂହଦେବ ଓ ଗୋବର୍ଦ୍ଧନ ପୀଠର ମଠାଧିଶ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି ।