-
ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା
ଭୁବନେଶ୍ୱର, ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା ହୋଇଛି । ଏହି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁ ମଧ୍ୟ ରହିଛି । ଦଳୀୟ ପ୍ରାର୍ଥୀ ଅଳକା ମହାନ୍ତିଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ଖୋଦ୍ ସୁପ୍ରିମୋ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ପ୍ରଣବ ପ୍ରକାଶ ଦାସ, ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ଅରୁଣ ସାହୁ ,ପ୍ରମିଳା ମଲ୍ଲିକ, ଅତନୁ ସବ୍ୟସାଚୀ ନାୟକ, ସଂଜୟ ଦାସବର୍ମା, ସମୀର ରଂଜନ ଦାଶ,ନବ ଦାସ , ସୁବାସ ସିଂ, ସୁଶାନ୍ତ ସିଂ. ଟୁକୁନି ସାହୁ ପ୍ରମୁଖଙ୍କ ନାଁ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ହୋଇଛି ।
ସେହିପରି ଚନ୍ଦ୍ର ସାରଥୀ ବେହେରା, ଦିବ୍ୟ ଶଙ୍କର ମିଶ୍ର, ପୁଷ୍ପେନ୍ଦ୍ର ସିଂହଦେଓ, ସ୍ନେହାଙ୍ଗିନୀ ଛୁରିଆ, ସସ୍ମିତ ପାତ୍ର, ମୁନ୍ନା ଖାନ୍, ରୋହିତ ପୂଜାରୀ, ପ୍ରୀତି ରଂଜନ ଘଡେଇ, ଦେବେଶ ଆଚାର୍ଯ୍ୟ , ରାଜେନ୍ଦ୍ର ଢୋଲକିଆ , ରୀତା ସାହୁ, ପ୍ରଦୀପ ଦିଶାରୀ, ଆକାଶ ଦାସନାୟକ , ଯୋଗେଶ ସିଂହ, ଅରିନ୍ଦମ ରାୟ ପ୍ରମୁଖ ମଧ୍ୟ ବିଜେଡି ଷ୍ଟାର ପ୍ରଚାରକ ତାଲିକାରେ ରହିଛନ୍ତି ।
ସୂଚନାଯୋଗ୍ୟ, ଆସନ୍ତ ୩୧ ତାରିଖରେ ବ୍ରଜରାଜନଗର ଉପନିର୍ବାଚନ ହେବ । ଏଥିନିମନ୍ତେ ଆଜି ପ୍ରାର୍ôଥପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି । ଏହାପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ବିଜେଡିରୁ ଅଳକା ମହାନ୍ତି, ବିଜେପିରୁ ରାଧାରାଣୀ ପଣ୍ଡା ଓ କଂଗ୍ରେସ ପକ୍ଷରୁ କିଶୋର ପଟେଲ ନାମାଙ୍କନ ଦାଖଲ କରିଛନ୍ତି । ଏହି ତିନି ପ୍ରମୁଖ ପ୍ରାର୍ଥୀଙ୍କ ବ୍ୟତିତ ମୋଟ୍ ୧୪ ଜଣ ପ୍ରାର୍ôଥପତ୍ର ଦାଖଲ କରିଛନ୍ତି ।