ନୟାଗଡ଼, ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅଂଚଳରେ ଘଟିଯାଇଥିବା ଏକ ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ଜିତେନ୍ଦ୍ର ମହାରଣାକୁ ଦୋଷୀ ସାବ୍ୟସ୍ତ କରିବା ସହ ୨୦ ବର୍ଷ ଜେଲ୍ ଦଣ୍ଡ ଏବଂ ୨୦ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି ଜିଲ୍ଲା ଫାଷ୍ଟଟ୍ରାକ୍ ପୋକ୍ସୋ କୋର୍ଟ । ଏଥିସହ ପୀଡ଼ିତାଙ୍କୁ ଦେଢ଼ ଲକ୍ଷ କ୍ଷତିପୂରଣ ପ୍ରଦାନ ପାଇଁ ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।
ଏଠାରେ ଉଲ୍ଲେଖଯୋଗ୍ୟ, ୨୦୧୯ ରେ ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅଂଚଳର ସମ୍ପୃକ୍ତ ନାବାଳିକା ଦୁଷ୍କର୍ମର ଶିକାର ହୋଇଥିଲେ । ମାମଲା କୋର୍ଟରେ ବିଚାରାଧିନ ଥିଲା । ମାମଲାର ବିଚାରଣା କରି କୋର୍ଟ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି ।