
କନ୍ଧମାଳ, ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି), ଓଡିଶା ଆୟାମ ତରଫରୁ କନ୍ଧମାଳ ଜିଲ୍ଲାର ତୁମୁଡିବନ୍ଧ ବ୍ଲକ ଅନ୍ତର୍ଗତ ଜଲେଶପଟା କନ୍ୟା ଆଶ୍ରମରେ ”ଗ୍ରାମ୍ୟ ଜୀବନ ଦର୍ଶନ” କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଵାମୀ ଜୀବନ ମୁକ୍ତାନନ୍ଦ ପୁରୀ ମହାରାଜ ଏବଂ ମୁଖ୍ୟବକ୍ତା ଭାବେ ଏବିଭିପି ଓଡ଼ିଶାର ରାଜ୍ୟ ସମ୍ପାଦକ ସୌଭାଗ୍ୟ ମହାନ୍ତି, କନ୍ଧମାଳ ଜିଲ୍ଲା ପ୍ରମୁଖ ଶିବାଶିଷ ପଣ୍ଡା, ଜିଲ୍ଲା ସଂଗଠନ ସମ୍ପାଦକ ଟୁକୁନା ମଲ୍ଲିକ, ଗଞ୍ଜାମ ବିଭାଗ ସଂଗଠନ ସମ୍ପାଦକ ମିଳନ ମହାପାତ୍ର ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଓଡିଶାର ୧୦୦ ଜଣ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମ ଚଳିତ ମାସ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ।