କନ୍ଧମାଳ, କିଛି ଦିନର ନିରବତା ପରେ କନ୍ଧମାଳରେ ମାଓ ସଙ୍ଗଠନ ପୁଣି ନିଜର ସ୍ଥିତି ଜାହିର କରିଛି । ଜିଲ୍ଲାର ବାଲିଗୁଡ଼ା ଥାନା ଲଣ୍ଡା ଗାଁ, ଖମଣଖୋଲ ଓ ତୁମୁଡ଼ିବନ୍ଧ ଥାନା କୁର୍ତ୍ତମଗଡ଼ ଅଞ୍ଚଳରେ ମାଓ ସଙ୍ଗଠନ ପକ୍ଷରୁ ପୋଷ୍ଟର ବ୍ୟାନର ଲଗାଯାଇଥିବା ଦେଖିବାକୁ ମିଳିଛି । ମଇ ୨୦ ତାରିଖ ଓଡ଼ିଶା-ପୂର୍ବ ଛତିଶଗଡ଼ ୨୪ ଘଣ୍ଟିଆ ବନ୍ଦ ପାଳନ କରିବାକୁ ବ୍ୟାନର ପୋଷ୍ଟର ମାଧ୍ୟମରେ ଆହ୍ବାନ ଦିଆଯାଇଛି । ମୁକୁନ୍ଦ କହଁର ହତ୍ୟାକାରୀ ପୋଲିସ କର୍ମଚାରୀଙ୍କୁ କଠିନରୁ କଠିନ ଦଣ୍ଡ ଦିଆଯାଉ, ଆଗାମୀ ଦିନରେ ପୋଲିସ ଓ ସିଆରପିଏଫ ଗୁଣ୍ଡାଙ୍କ ଅତ୍ୟାଚାର ଓ ହତ୍ୟା ବିରୋଧରେ ସ୍ଥାନୀୟ ଜନତା ବିଦ୍ରୋହ ଆରମ୍ଭ କରନ୍ତୁ ବୋଲି ବ୍ୟାନରରେ ଉଲ୍ଲେଖ ରହିଛି । ଅନ୍ୟପଟେ ଗତ ଫେବୃଆରୀ ମାସରେ ପୋଲିସକୁ ଟାର୍ଗେଟ କରି ଆଇଇଡି ଖଞ୍ଜା ଯାଇଥିଲା, କିନ୍ତୁ ଦୁର୍ଭାଗ୍ୟବଶତଃ ସାମ୍ବାଦିକ ରୋହିତ ବିଶ୍ଵାଳଙ୍କ ମୃତ୍ୟୁ ଘଟିଥିଲା । ଏହି ଦୁଃଖଦ ଘଟଣା ପାଇଁ ଆମେ ଜନତାଙ୍କୁ ଓ ମୃତକଙ୍କ ପରିବାରକୁ କ୍ଷମା ମାଗୁଅଛୁ । ଏହି ଘଟଣା ପାଇଁ ପୋଲିସ ଦାୟୀ ଅଟେ, ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାଓବାଦୀ) ବୋଲି ପୋଷ୍ଟରରେ ଉଲ୍ଲେଖ ଥିବା ଦେଖିବାକୁ ମିଳିଛି ।
Related Stories
November 24, 2024
November 24, 2024