ଭୁବନେଶ୍ୱର, ସୋମବାର ସକାଳ ୮.୩୦ ସୁଦ୍ଧା ରାଜ୍ୟର ପାଂଚଟି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏହି ପାଂଚଟି ଜିଲ୍ଲା ଗୁ଼ଡିକ ହେଲା ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି ଓ କୋରାପୁଟ । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି ।
ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୫ ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ।