
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଧୀନତା ସଂଗ୍ରାମୀ ସହଦେବ ବେହେରାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି । ସେ ଟ୍ବିଟ କରି କହିଛନ୍ତି ଯେ – ନୟାଗଡ଼ର ଶତାୟୁ ସ୍ୱାଧୀନତା ସଂଗ୍ରାମୀ ସହଦେବ ବେହେରାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅଗାଢ଼ ଦେଶପ୍ରେମ ତଥା ତ୍ୟାଗ ସର୍ବଦା ସ୍ମରଣୀୟ ହୋଇ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।