-
ପିଏମ୍ଏତନ୍ଆନରଏଫ୍ରୁଣ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ହୁବଲିରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ଲକ୍ଷ ଟଙ୍କା ଏବଂ ଆହତଙ୍କ ଲାଗି ୫୦,୦୦୦ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନଆରଏଫ) ରୁ ପ୍ରଦାନ ପାଇଁ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛନ୍ତି;
କର୍ଣ୍ଣାଟକର ହୁବଲିରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇବା ଲୋକଙ୍କ ପାଇଁ ଦୁଃଖିତ । ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାରଙ୍କ ସହ ଅଛି । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
“ହୁବଲିରେ ଦୁର୍ଘଟଣା ହେତୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା ମୂଲ୍ୟର ଅନୁକମ୍ପାମୂଳକ ସହାୟତା ଦିଆଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”