-
ଜଣେ ମୃତ, ଜଣେ ଗୁରୁତର : ମୃତକଙ୍କ ପରିବାରକୁ ଭେଟିଲେ ବ୍ରହ୍ମପୁର ଏସପି
ଗଞ୍ଜାମ, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ନବରଙ୍ଗପୁର ଗାଁରେ ଗତକାଲି ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି । ଏଥିରେ ଗୁରୁତର ଦୁଇ ଜଣଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତରିତ କରାଯାଉଥିବା ବେଳେ ବାଟରେ ଜଣକର ମୃତ୍ୟୁ ଘଟିଥିଲା । ମୃତ ଯୁବକ ଜଣକ ହେଲେ ବାବୁ ଗୌଡ଼ । ଗୁରୁତର ଯୁବକ ହେଲେ ପ୍ରଦୀପ ସାହୁ । ଗୁରୁତର ପ୍ରଦୀପଙ୍କୁ ପରେ ଅଧିକ ଚିକିତ୍ସା ନିମନ୍ତେ ଭୁବନେଶ୍ଵର ସ୍ଥାନାନ୍ତରିତ କରାଯାଇଛି ।
ଅନ୍ୟପକ୍ଷରେ ଆକ୍ରମଣକାରୀ ଯୁବକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ପୋଲିସ ଗାଁରେ ପହଂଚି ତଦନ୍ତ ଆରମ୍ଭ କରିଛି । ଆଜି ବ୍ରହ୍ମପୁର ଏସପି ଶ୍ରବଣା ବିବେକ ଏମ୍ ନବରଙ୍ଗପୁର ଗ୍ରାମକୁ ଯାଇ ମୃତକଙ୍କ ପରିବାରକୁ ଭେଟିଥିବା ଜଣାପଡିଛି ।