ପୁରୀ,ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ଵିତୀୟ ସମନ୍ଵୟ ବୈଠକ ଆଜି ପୂର୍ବାହ୍ନରେ ଟାଉନ ହଲ୍ ଠାରେ ଅନୁଷ୍ଠିତ ହୋଇଯାଇଛି । ଆଇନ ମନ୍ତ୍ରୀ ପ୍ରତାପ ଜେନା ବୈଠକରେ ଅଧ୍ୟକ୍ଷତା କରିବା ସହ ରଥଯାତ୍ରାର ପ୍ରସ୍ତୁତି ନେଇ ସମୀକ୍ଷା କରିଥିଲେ । ବିଶେଷ କରି ରାସ୍ତାଘାଟ, ପାନୀୟ ଜଳ, ବିଦ୍ୟୁତ, ସ୍ଵାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା । ବାକି ରହିଥିବା କାର୍ଯ୍ୟକୁ ତ୍ଵରାନ୍ୱିତ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ଏହି ବୈଠକରେ ଅନ୍ୟ ମନ୍ତ୍ରୀଙ୍କ ସହ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗି, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କେ. ବିଶାଲ ସିଂହ, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଓ ପ୍ରମୁଖ ଅଧିକାରୀ ମାନେ ଯୋଗ ଦେଇଥିଲେ ।