
-
ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅସୁସ୍ଥ ହୋଇଥିବା କାରଣରୁ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ସୂର୍ଯ୍ୟ ପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି
ମୁଖ୍ୟମନ୍ତ୍ରୀ ସୂର୍ଯ୍ୟ ପାତ୍ରଙ୍କ ଉତମ ସ୍ୱାସ୍ଥ୍ୟ କାମନା କରିଛନ୍ତି । ସେ ଟ୍ୱିଟ୍ କରି କହିଛନ୍ତି, ‘ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ପୂର୍ବତନ ବାଚସ୍ପତି ତଥା ଦଳର ବରିଷ୍ଠ ନେତା ଶ୍ରୀଯୁକ୍ତ ସୂର୍ଯ୍ୟ ନାରାୟଣ ପାତ୍ର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିଷୟରେ ଅବଗତ ହେଲି । ତାଙ୍କର ଆଶୁଆରୋଗ୍ୟ ଓ ଉତମ ସ୍ୱାସ୍ଥ୍ୟ କାମନା କରୁଛି ।’