ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୫୦୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୯୨୩୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ ସଂଗରୋଧରୁ ଓ ୭ ଜଣ ସ୍ଥାନୀୟ ସମ୍ପର୍କରୁ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୫, ଦେବଗଡ ଜିଲ୍ଲାରୁ ୧. ଗଂଜାମ ଜିଲ୍ଲାରୁ ୨, ଖୋର୍ଧା ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୧ ତଥା ଷ୍ଟେଟ ପୁଲରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅବଶିଷ୍ଟ ୨୩ ଟି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।