
ଢ଼େଙ୍କାନାଳ, ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଢ଼େଙ୍କାନାଳ ସଦର ଥାନା ଅନ୍ତର୍ଗତ କାଙ୍କଡ଼ପାଳ ଗ୍ରାମରେ ଘଟିଯାଇଛି ଏଭଳି ଏକ ଅଭାବନୀୟ ଘଟଣା । ଘରର ଚଟାଣରେ କଳା ଅଙ୍ଗାରରେ ଲେଖାଯାଇଛି ଆମେ ବିଷ ପିଇଛୁ । ପତି ପତ୍ନୀ ବିଷ ପାନ କରିବା ପରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଏଥିରୁ ଅନୁମାନ କରାଯାଉଛି । ଅନ୍ୟପକ୍ଷରେ ଋଣଭାର ସହି ନପାରି ଏହି ଦମ୍ପତି ଆତ୍ମହତ୍ୟା କରିଥିବା ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ମିଳିଛି । ଖବର ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ଛାନଭିନ୍ ଆରମ୍ଭ କରିଛି ।