କଟକ, ଶୁକ୍ରବାର ଦିନ ଓଡ଼ିଶା ହାଇକୋର୍ଟର ଦୁଇ ଜଣ ନବ ନିଯୁକ୍ତ ବିଚାରପତି ଶପଥ ନେଇଛନ୍ତି । ଏମାନେ ହେଲେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଓ ଆଇନଜୀବୀ ସଞ୍ଜୟ କୁମାର ମିଶ୍ର । ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
ମିଳିଥିବା ସୂଚନା ଅନୁସାରେ ପୁରୁଣା ହାଇକୋର୍ଟ କନଫରେନ୍ସ ହଲରେ ଏହି ଶପଥ ଗ୍ରହଣ ଉତ୍ସବ କରାଯାଇଛି । ଜଷ୍ଟିସ ଶୁଭାଶିଷ ତାଳପତ୍ର ତ୍ରିପୁରା ହାଇକୋର୍ଟରୁ ବଦଳି ହୋଇ ଆସିଥିବା ବେଳେ ଆଇନଜୀବୀ ସଞ୍ଜୟ କୁମାର ମିଶ୍ରଙ୍କୁ ନୂତନ ବିଚାରପତି ଭାବେ ନିଯୁକ୍ତି ମିଳିଛି ।