ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଶାରଦା ପ୍ରସାଦ ରାୟଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକର ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଶାରଦା ପ୍ରସାଦ ରାୟଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଦେଶର ସୁରକ୍ଷା ପାଇଁ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି ।
Related Stories
November 24, 2024
November 24, 2024