ଭୁବନେଶ୍ୱର,ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁବା ପାଇଁ ପାଗ ଅନୁକୂଳ ଥିବା ସତ୍ୱେ ମୌସୁମୀ ଆସିବାରେ ବିଳମ୍ବ ହେଉଛି । ସେହିପରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ତେବେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ଜନିତ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୨୧ଟି ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ଜନିତ ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, ଗଂଜାମ , କନ୍ଧମାଳ, କଳାହାଣ୍ଡି , ବଲାଙ୍ଗୀର, ନୂଆପଡା,ସୋନପୁର, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୧୫ରୁ ୧୬ ତାରିଖ ମଧ୍ୟରେ ଝାରସୁଗୁଡା, ସୁନ୍ଦରଗଡ ,ଦେବଗଡ , କେନ୍ଦୁଝର, ସମ୍ବଲପୁର,ମୟୁରଭଂଜ,ଅନୁଗୁଳ, ଢେଙ୍କାନାଳ,ବୌଦ୍ଧ, କନ୍ଧମାଳ, ରାୟଗଡା,ଗଜପତି, ଗଂଜାମ ,ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।