ଭୁବନେଶ୍ୱର, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି ।
ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି । ଏହି ପାଂଚଟି ଜିଲ୍ଲା ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲା । ଏହି ଜିଲ୍ଲା ମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସୟରେ ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୫ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।
ଅନ୍ୟ ପକ୍ଷରେ ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମୀ ସକ୍ରିୟ ହେବାର ସମ୍ଭାବାନା ରହିଥିବା ବେଳେ ଗତକାଲି ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇ ଯାଇଛି।