ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ବଦାୟୁଁ ଜିଲ୍ଲାରେ ସଡ଼କ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ମଧ୍ୟ ଏହି ଦୁର୍ଘଟଣାରେ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ଉତ୍ତରପ୍ରଦେଶର ବୁଦାଉନରେ ସଡ଼କ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଯେଉଁମାନେ ଏଥିରେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ମୁଁ ସେମାନଙ୍କୁ ସମବେଦନା ଜଣାଉଛି । ଦୁର୍ଘଟଣାରେ ଆହତମାନଙ୍କ ଶୀଘ୍ର ଅ ।ରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।”