-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୭୬୨
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୭୬୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ଜଣେ ହେଲେ କରୋନା ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୯୩୯୮ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୮୫ ରହିଛି ।
ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ ସଂଗରୋଧରୁ ଓ ୧୦ ଜଣ ସ୍ଥାନୀୟ ସମ୍ପର୍କରୁ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାରୁ ୧. ଇଲାଙ୍ଗୀର ଜିଲ୍ଲାରୁ ୧. କଟକ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୧, ଖୋର୍ଧା ଜିଲ୍ଲାରୁ ୧୫ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରୁ ୧, ଷ୍ଟେଟ ପୁଲରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅବଶିଷ୍ଟ ୨୪ ଟି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।