
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୮୦୦ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୯୪୧୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦୨ ରହିଛି ।
ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ ସଂଗରୋଧରୁ ଓ ୧୫ ଜଣ ସ୍ଥାନୀୟ ସମ୍ପର୍କରୁ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାରୁ ୨, ଖୋର୍ଧା ଜିଲ୍ଲାରୁ ୨୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୩, ଷ୍ଟେଟ ପୁଲରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅବଶିଷ୍ଟ ୨୭ ଟି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।