
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୫୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୮୫୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ ୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୯୪୩୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୯ ରହିଛି ।
ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ ସଂଗରୋଧରୁ ଓ ୨୧ ଜଣ ସ୍ଥାନୀୟ ସମ୍ପର୍କରୁ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାରୁ ୪, ବୌଦ୍ଧ ଜିଲ୍ଲାରୁ ୧. କଟକ ଜିଲ୍ଲାରୁ ୩, ଗଂଜାମ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଜଗତସିଂଗପୁର ଜିଲ୍ଲାରୁ ୨, ଝାରସୁଗୁଡା ଜଲ୍ଲାରୁ ୧, ଖୋର୍ଧା ଜିଲ୍ଲାରୁ ୨୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୧,ସମ୍ବଲପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୨ ଓ ଷ୍ଟେଟ ପୁଲରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅବଶିଷ୍ଟ ୧୯ ଟି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।