
ଭୁବନେଶ୍ବର,ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯୋଗାଣ ବିଭାଗର ରାଜ୍ୟ ମୁଖ୍ୟାଳୟରେ କାର୍ଯ୍ୟରତ ଯୋଗାଣ ଅଧିକାରୀ ଅନାଦି ଚରଣ ସେଠୀଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି । ଭିଜିଲାନ୍ସ ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି ।
ଭିଜିଲାନ୍ସ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ୪ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଏକକାଳୀନ ଚଢ଼ାଉ ଚାଲିଛି। ଭିଜିଲାନ୍ସର ସ୍ବତନ୍ତ୍ର ଜଜଙ୍କ ଦ୍ବାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଏହି ଚଢ଼ାଉ କରାଯାଉଛି। ଏନେଇ ଅଧିକ ବିବରଣୀକୁ ଅପେକ୍ଷା କରାଯାଇଛି।