-
ଏମ୍ସ ଭୁବନେଶ୍ୱରରେ ଅନ୍ତଃରାଷ୍ଟ୍ରୀୟ ଯୋଗ ଦିବସ ପାଳିତ
-
ଶତାଧିକ ଡାକ୍ତର, ନର୍ସିଂ ଅଧିକାରୀ, ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ

ଭୁବନେଶ୍ୱର, ଯୋଗ ହେଉଛି ମହାନ ଭାରତୀୟ ପରମ୍ପରାର ବିଶ୍ୱକୁ ଗୌରବମୟ ଅବଦାନ। ଏହା ସମଗ୍ର ବିଶ୍ୱରେ ପ୍ରାଚୀନ ସନାତନ ସଂସ୍କୃତିର ପ୍ରଚାର କରୁଛି, ଯାହାକି ଭାରତର ବିଶ୍ୱଗୁରୁ ଗାରିମାକୁ ପ୍ରତିପାଦିତ କରୁଛି। ଆଜି ଏମ୍ସ ପରିସରରେ ଆୟୁଷ ବିଭାଗ ପକ୍ଷରୁ ଆୟୋଜିତ ଅଷ୍ଟମ ଅନ୍ତଃରାଷ୍ଟ୍ରୀୟ ଯୋଗ ଦିବସ ପାଳନ ଅବସରରେ ଏପରି ମତବ୍ୟକ୍ତ କରିଛନ୍ତି ଏମ୍ସ ନିର୍ଦେଶକ ପ୍ରଫେସର ମୁକେଶ ତ୍ରିପାଠୀ। ଏହି ଅବସରରେ ମେଡିକାଲ ଅଧୀକ୍ଷକ ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି, ଡିନ ଡାକ୍ତର ଦେବାଶିଷ ହୋତା, ଆୟୁଷ ବିଭାଗ ନୋଡାଲ ଅଧିକାରୀ ମେଜର ଏମ ସି ସାହୁ, ଉତ୍କଳ ବିଶ୍ଵବିଦ୍ୟାଳୟର ଯୋଗ ଅଧ୍ୟାପକ ଅଜୟ ସାହୁ ପ୍ରମୁଖଙ୍କ ସମେତ ଶତାଧିକ ଡାକ୍ତର, ନର୍ସିଂ ଅଧିକାରୀ, ମେଡିକାଲ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।
ଏମ୍ସ ଭୁବନେଶ୍ୱର ପକ୍ଷରୁ ପ୍ରତିବର୍ଷ ଯୋଗ ଦିବସ ପାଳନ କରାଯାଇଆସୁଛି। ଏମ୍ସରେ ଆୟୁର୍ବେଦ, ହୋମିଓପ୍ୟାଥିକ ଆଦିର ପ୍ରସାର ପାଇଁ ବ୍ୟାପକ ପଦକ୍ଷେପ ନିଆଯାଉଛି। ସେହିପରି କାର୍ଯ୍ୟକ୍ଷେତ୍ରରେ ହେଉଥିବା ମାନସିକ ଚାପରୁ ମୁକ୍ତି ପାଇଁ କାର୍ଯ୍ୟସ୍ଥଳରେ ଯୋଗ କରାଯିବାର ବ୍ୟବସ୍ଥା ହାତକୁ ନିଆଯାଇଛି।
ଆୟୁଷ ବିଭାଗର ବରିଷ୍ଠ ଅଧ୍ୟାପକ ଡାକ୍ତର ପ୍ରଶାନ୍ତ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଯୋଗ ପ୍ରଶିକ୍ଷକ ସନ୍ତୋଷ ସାହୁ ଯୋଗାଭ୍ୟାସ କରାଇଥିଲେ। ଆୟୁଷ(ହୋମିଓପ୍ୟାଥିକ) ଡାକ୍ତର ଶୁଭାଶିଷ ସରକାର ଧନ୍ୟବାଦ ଅର୍ପଣ କରିଥିଲେ।
ଆଜିର କାର୍ଯ୍ୟକ୍ରମରେ ଉପସ୍ଥିତ ବରିଷ୍ଠ ଚିକିତ୍ସକ, ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗର ଗୁରୁତ୍ୱ ସମ୍ପର୍କରେ ମତ ରଖିବା ସହିତ କୋଭିଡ କାଳରେ ଯୋଗର ମହତ୍ତ୍ୱ ପ୍ରତିପାଦିତ ହୋଇସାରିଥିବା ପ୍ରକାଶ କରିଥିଲେ। ତେଣୁ ସମସ୍ତେ ଦୈନିକ କିଛି ସମୟ ଯୋଗାଭ୍ୟାସ କରିବାକୁ ପରାମର୍ଶ ଦେବା ସହିତ ଏହାକୁ ଜୀବନର ଏକ ଅଭିନ୍ନ ଅଂଶ ଭାବେ ସାମିଲ କରିବାକୁ ଆହ୍ବାନ ଦେଇଥିଲେ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO