ଭୁବନେଶ୍ୱର, ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବୟୁ ସକ୍ରିୟ ରହିଥିବା ବେଳେ ପୂର୍ବ ଝାଡ଼ଖଣ୍ଡ ଏବଂ ପାର୍ଶ୍ୱବର୍ତୀ ଉତର ଓଡିଶାର ବାୟୁମଣ୍ଡଳରେ ସମୁଦ୍ର ପତନ ଠାରୁ ୧.୫ କିମିରୁ ୫.୮ କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି । ଏହି ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳରେ ଦକ୍ଷିଣ ଆଡକୁ ଢଳି ରହିଛି । ଏହା ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଆଗାମୀ ୨୪ଘଂଟା ମଧ୍ୟରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଂଟା ମଧ୍ୟରେ ଓଡିଶାର କନ୍ଧମାଳ, ଗଂଜାମ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ , ଯାଜପୁର , ଅନୁଗୁଳ , କଟକ, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୨୩ରୁ ୨୪ ତାରିଖ ମଧ୍ୟରେ ସୁନ୍ଦରଗଡ , ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ,ବରଗଡ ଓ ଦେବଗଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ବାଲେଶ୍ୱର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ , ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।