
-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୯୦୬୮
ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୭୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୯୦୬୮କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୯୫୩୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୫୪ ରହିଛି ।
ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪ଜଣ ସଂଗରୋଧରୁ ଓ ୨୯ ଜଣ ସ୍ଥାନୀୟ ସମ୍ପର୍କରୁ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।