ଭୁବନେଶ୍ୱର,ବିଧାନସଭାର ମୌସୁମୀ ଅଧିବେଶନ ପାଇଁ ଆସନ୍ତା ୨୯ ତାରିଖରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବିଧାନସଭା କନଫରେନ୍ସ ହଲରେ ଦିନ ସାଢେ ୧୧ଟାରେ ବୈଠକ ବସିବ । ଏ ନେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି ।
ଉଲ୍ଲେଖଯୋଗ୍ୟ ଯେ, ଆସନ୍ତା ଜୁଲାଇ ୨ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇ ଅଗଷ୍ଟ ୪ ତାରିଖ ଯାଏଁ ଜାରି ରହିବ । ଚଳିତ ମୌସୁମୀ ଅଧିବେଶନରେ ସମୁଦାୟ ୨୪ଟି କାର୍ଯ୍ୟ ଦିବସ ରହିଛି । ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ । ଜୁଲାଇ ୩୦ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ କରିବେ ସରକାର ।