ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋମରେ ମିଳିତ ଜାତିସଂଘର ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲୁଏଚପି) ମୁଖ୍ୟାଳୟରେ ଜୀବିକା ତଥା ଖାଦ୍ୟ ନିରାପତାକୁ ସୁଦୃଢ଼ କରିବା ଦିଗରେ ରାଜ୍ୟର ପରିବର୍ତନଶୀଳ ଅଗ୍ରଗତି ସମ୍ପର୍କରେ ସୂଚନା ଦେଇଛନ୍ତି ।
ଏହି ଅବସରରେ କ୍ଷୁଧାମୁକ୍ତ ବିଶ୍ୱ ପରି ଏକ ସାଧାରଣ ଲକ୍ଷ୍ୟ ହାସଲ ଲାଗି ଡବ୍ଲୁଏଫପି ଓ ଓଡ଼ିଶା ସରକାର ମିଳିତ ଭାବରେ କାର୍ଯ୍ୟକରିବାକୁ ସହମତ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ରୋମସ୍ଥିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ମୁଖ୍ୟାଳୟ ପରିଦର୍ଶନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗତ ଓଡ଼ିଶା ଦୁଇ ଦଶନ୍ଧି ମଧ୍ୟରେ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଉତ୍ପାଦନ ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି । ଖାଦ୍ୟ ଉତ୍ପାଦନ କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ହାସଲ କରି ଏବଂ ଜଳବାୟୁ ଅନୁକୂଳ ଜୀବିକା ସୃଷ୍ଟି ନିମନ୍ତେ ବିକାଶମୂଳକ କାର୍ଯ୍ୟ କରି ଓଡ଼ିଶା ଧୀରେ ଧୀରେ ନିରନ୍ତର ଓ ସମନ୍ୱିତ ବିକାଶ ଲକ୍ଷ୍ୟ ହାସଲ ଦିଗରେ ଅଗ୍ରଗତି କରୁଛି ବୋଲି ସେ କହିଛନ୍ତି ।