
ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୬୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୯୩୨୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ ୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୯୬୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୫୬ ରହିଛି ।
ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ ସଂଗରୋଧରୁ ଓ ୨୭ ଜଣ ସ୍ଥାନୀୟ ସମ୍ପର୍କରୁ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାରୁ ୫, ବଲାଙ୍ଗିର ଜିଲ୍ଲାରୁ ୧,କଟକ ଜିଲ୍ଲାରୁ ୧୩. ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରେ ୨. କଳାହାଣ୍ଡି ଜିଲ୍ଲାରୁ ୭, ଖୋର୍ଧା ଜିଲ୍ଲାରୁ ୨୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୪, ସୁନ୍ଦରଗଡ ଜିଲ୍ଲାରୁ ୮ ଓ ଷ୍ଟେଟ ପୁଲରୁ ୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅବଶିଷ୍ଟ ୨୦ ଟି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।