ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୨୦୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୯୯୬୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ ୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୯୯୧୦ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୭୨ ରହିଛି ।
ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ ସଂଗରୋଧରୁ ଓ ୮୫ ଜଣ ସ୍ଥାନୀୟ ସମ୍ପର୍କରୁ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାରେ ୮, ଭଦ୍ରକ ଜିଲ୍ଲାରେ ୩, କଟକ ଜିଲ୍ଲାରୁ ୩୮. ଦେବଗଡ ଜିଲ୍ଲାରୁ ୩, ଢେଂକାନାଳ ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୨, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୨. ଖୋର୍ଧା ଜିଲ୍ଲାରୁ ୮୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୁରଭଂଜ ଜିଲ୍ଲାରେ ୫, ନୟାଗଡ ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୫, ସମ୍ବଲପୁର ଜିଲ୍ଲାରୁ ୩, ସୁନ୍ଦରଗଡ ଜିଲ୍ଲାରୁ ୧୮ ଓ ଷ୍ଟେଟ ପୁଲରୁ ୨୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅବଶିଷ୍ଟ ୧୩ ଟି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।