ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୪,୬୮୪ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୯ ଜଣଙ୍କର ମୃତ୍ୟୁ ଘଟିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ଥିବା ୧,୦୯,୫୬୮ ବେଳେ ବର୍ତମାନ ସୁଦ୍ଧା ୫୨୫୧୬୮ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୮୧୩ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୮୧୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୭୦୩ ହୋଇ ଯାଇଛି ।