-
୨୪ ଘଂଟାରେ ୩୪୬ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର , ରାଜ୍ୟରେ ୩୦୦ ପାର୍ କରିଛି କରୋନା ସଂକ୍ରମଣ । ଗତକାଲି ୨୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୦୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରେ ୪୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୯ ଜଣ ଚିହ୍ନଟ ହୋଇଛନ୍ତି । ଆଜି ରାଜ୍ୟର ୧୮ଟି ଜିଲ୍ଲାରୁ ୩୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୧୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଗତ ୨୪ ଘଂଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ ଜଣ, ଭଦ୍ରକରୁ ୪ ଜଣ, କଟକରୁ ୫୧ ଜଣ, ଢେଙ୍କାନାଳରୁ ୧, ଗଞ୍ଜାମ ଜିଲ୍ଲାରୁ ୧ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦୁଝର ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୯, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୪ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ବଲପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟପୁଲରୁ ୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୦, ୫୩୮ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୧୨,୮୦, ୦୪୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୩୧୦ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସିତ ଅଛନ୍ତି ।