ଭୁବନେଶ୍ୱର, ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଖୁବଶୀଘ୍ର ବୋର୍ଡ ପକ୍ଷରୁ ତାରିଖ ଘୋଷଣା କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।
ସୂଚନାଯୋଗ୍ୟ ଯେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ଏପ୍ରିଲ୍ ୨୮ ତାରିଖରୁ ଆରମ୍ଭ ହୋଇ ମେ ୨୮ରେ ଶେଷ ହୋଇଥିଲା । ଚଳିତ ବର୍ଷ ୩ ଲକ୍ଷ ୨୧ ହଜାର ୫୦୮ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । କଳାରେ ୨ ଲକ୍ଷ ୧୩ ହଜାର ୪୩୨, ବିଜ୍ଞାନରେ ୭୮ ହଜାର ୭୭ ଓ ବାଣିଜ୍ୟରେ ୨୪ ହଜାର ୧୩୬ ଏବଂ ଧନ୍ଦାମୂଳକରେ ୫ ହଜାର ୮୬୩ ଜଣ ପରୀକ୍ଷା ଦେଇଥିଲେ । କରୋନା କଟକଣା ମଧ୍ୟରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।