ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୯୦୭୮୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ ୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୦୧୧୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୯୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୩ ଜଣ ସଂଗରୋଧରୁ ଓ ୧୦୨ ଜଣ ସ୍ଥାନୀୟ ସମ୍ପର୍କରୁ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାରେ ୩, ଭଦ୍ରକ ଜିଲ୍ଲାରେ ୨, ବଲାଙ୍ଗୀର ଜିଲ୍ଲାରେ ୧, କଟକ ଜିଲ୍ଲାରେ ୩୮. ଜଗତସିଂହପୁର ଜିଲ୍ଲାରେ ୁ ୧,ଯାଜପୁର ଜିଲ୍ଲାରେ ୪ ଝାରସୁଗୁଡାରେ ଜିଲ୍ଲାରେ ୪. କଳାହାଣ୍ଡି ଜିଲ୍ଲାରେ ୧, କେନ୍ଦ୍ରାପଡା ଜିଲ୍ଲାରେ ୨,ଖୋର୍ଧା ଜିଲ୍ଲାରେ ୧୩୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରେ୧. ମୟୁରଭଂଜ ଜିଲ୍ଲାରେ ୭, ନୟାଗଡ ଜିଲ୍ଲାରେ ୨, ପୁରୀ ଜିଲ୍ଲାରେ ୨, ରାୟଗଡା ଜିଲ୍ଲାରେ ୧, ସମ୍ବଲପୁର ଜିଲ୍ଲାରେ ୩ , ସୋନପୁୁର ଜିଲ୍ଲାରେ ୧, ,ସୁନ୍ଦରଗଡ ଜିଲ୍ଲାରେ ୯ ଓ ଷ୍ଟେଟ ପୁଲରେ ୨୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅବଶିଷ୍ଟ ୧୧ ଟି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।