ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୩୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୯୧୧୧୭ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ ୫୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୦୨୪୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୬୯୫ ରହିଛି ।
ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୫ ଜଣ ସଂଗରୋଧରୁ ଓ ୧୩୯ ଜଣ ସ୍ଥାନୀୟ ସମ୍ପର୍କରୁ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାରେ ୨, ଭଦ୍ରକ ଜିଲ୍ଲାରେ ୨, କଟକ ଜିଲ୍ଲାରେ ୭୦. ଜଗତସିଂହପୁର ଜିଲ୍ଲାରେ ୁ ୬,ଯାଜପୁର ଜିଲ୍ଲାରେ ୨. କଳାହାଣ୍ଡି ଜିଲ୍ଲାରେ ୩, ଖୋର୍ଧା ଜିଲ୍ଲାରେ ୧୮୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରେ୨. ମୟୁରଭଂଜ ଜିଲ୍ଲାରେ ୨, ନୟାଗଡ ଜିଲ୍ଲାରେ ୨, ନୂଆପଡା ଜିଲ୍ଲାରେ ୨, ପୁରୀ ଜିଲ୍ଲାରେ ୨, ସମ୍ବଲପୁର ଜିଲ୍ଲାରେ ୭ , ସୋନପୁୁର ଜିଲ୍ଲାରେ ୧,ସୁନ୍ଦରଗଡ ଜିଲ୍ଲାରେ ୩ ଓ ଷ୍ଟେଟ ପୁଲରେ ୩୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅବଶିଷ୍ଟ ୧୪ ଟି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।