ଭୁବନେଶ୍ୱର,ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଧାନସଭାରେ ବିଜେଡି ବିଧାୟକ ଓ ସାଂସଦମାନଙ୍କୁ ଭେଟି ଆଗାମୀ ନିର୍ବାଚନ ପାଇଁ ସମର୍ଥନ ମାଗିଛନ୍ତି ।
ବିଧାନସଭାର ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ କରିଥିଲେ। ଏଥିରେ ଦ୍ରୌପଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିଜେଡିର ସାଂସଦ ଓ ବିଧାୟକମାନଙ୍କୁ ସମର୍ଥନ ଲୋଡ଼ିଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବା ପରେ ସେ କିଛି ସମୟ ପାଇଁ ରାଜ୍ୟ ଅତିଥି ଗୃହରେ ବିଶ୍ରାମ କରିବା ପରେ ବିଧାନସଭାରେ ପହଂଚିଥିଲେ ।