ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୪୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୯୨୪୧୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ ୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୦୭୫୦ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪୮୭ ରହିଛି ।
ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୬ ଜଣ ସଂଗରୋଧରୁ ଓ ୧୯୪ ଜଣ ସ୍ଥାନୀୟ ସମ୍ପର୍କରୁ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାରେ ୯, ଭଦ୍ରକ ଜିଲ୍ଲାରେ ୧, କଟକ ଜିଲ୍ଲାରେ ୯୪. ଗଜପତି ଜିଲ୍ଲାରେ ୧, ଗଂଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରେ ୁ ୭,ଯାଜପୁର ଜିଲ୍ଲାରେ ୪. ଝାରସୁଗୁଡା ଜିଲ୍ଲାରେ ୧, କେନ୍ଦ୍ରାପଡା ଜିଲ୍ଲାରେ ୨, କେନ୍ଦୁଝର ଜିଲ୍ଲାରେ ୩, ଖୋର୍ଧା ଜିଲ୍ଲାରେ ୨୨୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୁରଭଂଜ ଜିଲ୍ଲାରେ ୭, ନୟାଗଡ ଜିଲ୍ଲାରେ ୪, ନୂଆପଡା ଜିଲ୍ଲାରେ ୫, ପୁରୀ ଜିଲ୍ଲାରେ ୧୭, ରାୟଗଡା ଜିଲ୍ଲାରେ ୧, ସମ୍ବଲପୁର ଜିଲ୍ଲାରେ ୯ , ସୋନପୁୁର ଜିଲ୍ଲାରେ ୪,ସୁନ୍ଦରଗଡ ଜିଲ୍ଲାରେ ୨୪ ଓ ଷ୍ଟେଟ ପୁଲରେ ୫୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅବଶିଷ୍ଟ ୧୧ ଟି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।