-
୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର, ଉତ୍ତର ପଶ୍ଚିମ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରେ ରହିଥିବା ଘୂର୍ଣ୍ଣିବଳୟ ଯୋଗୁ ଓଡ଼ିଶା ଉପରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସହ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ରାଜ୍ୟରେ ଜାରି ରହିବ ବର୍ଷା ଜାରି ରହିବ ବୋଲି ଭୁବନେଶ୍ବର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଆସନ୍ତା ୨୪ ଘଣ୍ଟା ଯାଏ ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ମଧ୍ୟରେ କନ୍ଧମାଳ, ନରଙ୍ଗପୁର, ନୂଆପଡ଼ା, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ବରଗଡ଼ ଜଡିଲ୍ଲା ସାମିଲ ରହିଛି । ଏହି ଜିଲ୍ଲା ମାନଙ୍କରେ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି। ବଲାଙ୍ଗିର, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର,ସମ୍ବଲପୁର, ସୋନପୁର, ବୌଦ୍ଧ ଓ କଳାହାଣ୍ଡି ପାଇଁ ୟେଲୋ ୱାର୍ନିଂ ସୂଚନା ଜାରି କରାଯାଇଛି। ଏହି ସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ଆସନ୍ତାକାଲି ସକାଳ ୮.୩୦ ଯାଏ ପ୍ରବଳ ବର୍ଷାର ଆଶଙ୍କା ରହିଛି।
ଅତି ପ୍ରବଳ ବର୍ଷା ଯୋଗୁ ପାହାଡ଼ିଆ ଅଞ୍ଚଳରେ ମାଟି ଧସିପାରେ। ସେହିପରି ତଳିଆ ଅଞ୍ଚଳ ଜଳାର୍ଣ୍ଣବ ହୋଇପାରେ। କଚ୍ଚା ରାସ୍ତା ବର୍ଷା ଯୋଗୁ ଧୋଇଯିବାର ଆଶଙ୍କା ଥିବାରୁ ସମସ୍ତଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
୧୦ ତାରିଖରୁ ୧୪ ତାରିଖ ସକାଳ ଯାଏ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ପ୍ରାୟ ୧୧ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଆସନ୍ତାକାଲି ସକାଳ ୮.୩୦ରୁ ସୋମବାର ସକାଳ ୮.୩୦ ଯାଏ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି।