କୈଳାଶ ଚନ୍ଦ୍ର ପଣ୍ଡା,ପୁରୀ
ତିନି ରଥରେ ବସି ବିଶ୍ବବାସୀଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ମାଉସୀ ମା ଘରେ ପୋଡ଼ ପିଠା ଖାଇ ଫେରିବା ପରେ ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ବଡ଼ଦାଣ୍ଡରେ ତିନି ରଥରେ ତିନି ଠାକୁର ସୁନା ବେଶରେ ଦର୍ଶନ ଦେଉଛନ୍ତି |ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ | ଭଗବାନଙ୍କର ଏହି ଦିବ୍ୟ ବେଶ ପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସେବାୟତମାନେ ଧାର୍ଯ୍ୟ ସମୟ ପୂର୍ବରୁ ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି।
ମହାପ୍ରଭୁଙ୍କ ସୁନାବେଶ ପାଇଁ ଲୋକାରଣ୍ୟ ହୋଇଛି ବଡଦାଣ୍ଡ। ଭକ୍ତଙ୍କ ସୁରକ୍ଷା ଓ ମହାପ୍ରଭୁଙ୍କ ରୀତିନୀତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା ।